ବିଳାପ 2

ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।

Lamentations 2:3 (UKJV) He has cut off in his fierce anger all the horn of Israel: he has drawn back his right hand from before the enemy, and he burned against Jacob like a flaming fire, which devours round about.

1ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।

2ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।

3ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।

4ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।

5ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.