3ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
4ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
5ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
6ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
7ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।