52ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।
53ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।
54ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।
55ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି।
56ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।