ବିଳାପ 4

ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।

Lamentations 4:12 (UKJV) The kings of the earth, and all the inhabitants of the world, would not have believed that the adversary and the enemy should have entered into the gates of Jerusalem.

10ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।

11ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।

12ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।

13ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।

14ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.