11ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।
12ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାରସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।
13ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।
14ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି।
15ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”