ବିଳାପ 4

ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।

Lamentations 4:19 (UKJV) Our persecutors are swifter than the eagles of the heaven: they pursued us upon the mountains, they laid wait for us in the wilderness.

17ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।

18ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;

19ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।

20ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।

21ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.