ବିଳାପ 4

ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।

Lamentations 4:3 (UKJV) Even the sea monsters draw out the breast, they give suck to their young ones: the daughter of my people is become cruel, like the ostriches in the wilderness.

1ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।

2ହାୟ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି!

3ଶୃଗାଳମାନେ ହିଁ ସ୍ତନ ଦିଅନ୍ତି, ସେମାନେ ଆପଣା ଆପଣା ଛୁଆମାନଙ୍କୁ ଦୁଗ୍ଧ ପାନ କରାନ୍ତି; ମୋʼ ଲୋକଙ୍କର କନ୍ୟା ପ୍ରାନ୍ତରସ୍ଥ ଉଷ୍ଟ୍ରପକ୍ଷୀ ପରି ନିଷ୍ଠୁରା ହୋଇଅଛି।

4ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।

5ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.