6କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।
7ତାହାର କୁଳୀନ ଲୋକମାନେ ହିମ ଅପେକ୍ଷା ନିର୍ମଳ, ସେମାନେ ଦୁଗ୍ଧ ଅପେକ୍ଷା ଶୁକ୍ଳ ଥିଲେ, ସେମାନଙ୍କର ଶରୀର ପ୍ରବାଳ ଅପେକ୍ଷା ରକ୍ତବର୍ଣ୍ଣ, ସେମାନଙ୍କର କାନ୍ତି ନୀଳକାନ୍ତମଣି ତୁଲ୍ୟ ଥିଲା।
8ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯାʼନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,
9କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
10ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।