11ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
12ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
13ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
14ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
15ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।