13ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
14ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
15ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
16ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।
17ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।