ବିଳାପ 5

କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।

Lamentations 5:18 (UKJV) Because of the mountain of Zion, which is desolate, the foxes walk upon it.

16ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।

17ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।

18କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।

19ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।

20ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.