17ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
18କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
19ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
20ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ?
21ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।