5ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
6ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
7ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
8ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
9ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।