10ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,
11ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
12ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
13ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
14ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।