ଲେବୀୟ ପୁସ୍ତକ 1

ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

Leviticus 1:13 (UKJV) But he shall wash the inwards and the legs with water: and the priest shall bring it all, and burn it upon the altar: it is a burnt sacrifice, an offering made by fire, of a sweet savour unto the LORD.

11ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।

12ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।

13ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

14ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।

15ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.