14ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
15ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
16ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
17ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।