2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
3ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
4ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
5ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
6ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।