ଲେବୀୟ ପୁସ୍ତକ 1

ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।

Leviticus 1:6 (UKJV) And he shall flay the burnt offering, and cut it into his pieces.

4ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।

5ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।

6ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।

7ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।

8ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.