ଲେବୀୟ ପୁସ୍ତକ 1

ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।

Leviticus 1:7 (UKJV) And the sons of Aaron the priest shall put fire upon the altar, and lay the wood in order upon the fire:

5ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।

6ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।

7ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।

8ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।

9ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.