ଲେବୀୟ ପୁସ୍ତକ 10

ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,

Leviticus 10:16 (UKJV) And Moses diligently sought the goat of the sin offering, and, behold, it was burnt: and he was angry with Eleazar and Ithamar, the sons of Aaron which were left alive, saying,

14ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶ।

15ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଉପହାରର ଜଙ୍ଘ ଓ ଦୋଳନୀୟ ନୈବେଦ୍ୟର ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ।”

16ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,

17“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।

18ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.