ଲେବୀୟ ପୁସ୍ତକ 10

ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?”

Leviticus 10:19 (UKJV) And Aaron said unto Moses, Behold, this day have they offered their sin offering and their burnt offering before the LORD; and such things have befallen me: and if I had eaten the sin offering to day, should it have been accepted in the sight of the LORD?

17“ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।

18ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ।”

19ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?”

20ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.