ଲେବୀୟ ପୁସ୍ତକ 10

ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।

Leviticus 10:2 (UKJV) And there went out fire from the LORD, and devoured them, and they died before the LORD.

1ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍‍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।

2ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।

3ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।

4ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.