ଲେବୀୟ ପୁସ୍ତକ 10

ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”

Leviticus 10:4 (UKJV) And Moses called Mishael and Elzaphan, the sons of Uzziel the uncle of Aaron, and said unto them, Come near, carry your brethren from before the sanctuary out of the camp.

2ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।

3ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।

4ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”

5ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ପୋଷାକ ସମେତ ଛାଉଣିର ବାହାରକୁ ନେଇଗଲେ।

6ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.