7ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।
8ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ,
9“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
10ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣି ପାରିବ;
11ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”