ଲେବୀୟ ପୁସ୍ତକ 11

ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।

Leviticus 11:12 (UKJV) Whatsoever has no fins nor scales in the waters, that shall be an abomination unto you.

10ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,

11ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।

12ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।

13ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,

14ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.