22ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।
23ମାତ୍ର ଏହାଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।
24ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
25ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
26ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।