24ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
25ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
26ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।
27ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
28ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।