ଲେବୀୟ ପୁସ୍ତକ 11

ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।

Leviticus 11:3 (UKJV) Whatsoever parts the hoof, and is cloven footed, and chews the cud, among the beasts, that shall all of you eat.

1ତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

2“ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।

3ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।

4ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

5ପୁଣି ଶାଫନ୍‍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.