29ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହିସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;
30ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।
31ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
32ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।
33ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।