32ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।
33ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।
34ପୁଣି, ଯେଉଁସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;
35ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।
36ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।