ଲେବୀୟ ପୁସ୍ତକ 11

ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।

Leviticus 11:41 (UKJV) And every creeping thing that creeps upon the earth shall be an abomination; it shall not be eaten.

39ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

40ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

41ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।

42ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।

43ତୁମ୍ଭେମାନେ ଏହିସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.