ଲେବୀୟ ପୁସ୍ତକ 11

କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।

Leviticus 11:45 (UKJV) For I am the LORD that brings you up out of the land of Egypt, to be your God: all of you shall therefore be holy, for I am holy.

43ତୁମ୍ଭେମାନେ ଏହିସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।

44କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।

45କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।

46ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,

47ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.