3ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।
4ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
5ପୁଣି ଶାଫନ୍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
6ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
7ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।