6ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
7ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।
8ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।
9ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।
10ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,