ଲେବୀୟ ପୁସ୍ତକ 12

ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।

Leviticus 12:3 (UKJV) And in the eighth day the flesh of his foreskin shall be circumcised.

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।

3ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।

4ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

5ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.