6ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
7ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
8ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”