10ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
11ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
12ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
13ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
14ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।