13ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
14ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
15ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
16ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
17ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।