18ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
19ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
20ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।
21ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
22ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।