ଲେବୀୟ ପୁସ୍ତକ 13

ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

Leviticus 13:23 (UKJV) But if the bright spot stay in his place, and spread not, it is a burning boil; and the priest shall pronounce him clean.

21ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

22ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।

23ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

24କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;

25ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.