24କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
25ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
26ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
27ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
28ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।