28ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
29ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘାʼ ହେଲେ ଯାଜକ ସେହି ଘାʼ ଦେଖିବ;
30ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
31ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
32ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,