31ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
32ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
33ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
34ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
35ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,