ଲେବୀୟ ପୁସ୍ତକ 13

ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

Leviticus 13:4 (UKJV) If the bright spot be white in the skin of his flesh, and in sight be not deeper than the skin, and the hair thereof be not turned white; then the priest shall shut up him that has the plague seven days:

2“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।

3ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।

4ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

5ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘାʼ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।

6ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘାʼ ମଳିନ ହୋଇଥାଏ ଓ ଘାʼ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.