38ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
39ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
40ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
41ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
42ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।