43ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ;
44ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି।
45ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
46ତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
47ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,