45ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
46ତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
47ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,
48ଅବା ତାହା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
49ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।