49ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
50ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
51ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
52ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
53ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;