52ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
53ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
54ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ;
55ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
56ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।