56ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
57ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
58ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”
59ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।